କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
୧୧ଗୋଟି ଅଭିଯୋଗର ତ୍ୱରିତ ସମାଧାନ ଦିଗରେ କାର୍ଯ୍ୟପନ୍ଥା ନିର୍ଦ୍ଧାର

NEWS BY BREAKINGNEWSODIA

କଟକ ,୨୧.୧୦.୨୦୨୪ (ବି .ଏନ .ଓ ): କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସ୍ୱାନ କକ୍ଷ ଠାରେ ଆଜି ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଜିଲ୍ଳା ମାଜିଷ୍ଟ୍ରେଟ୍ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ କମିଶନରେଟ ପୋଲିସ ଶ୍ରୀ ପ୍ରତୀକ ସିଂ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ କଟକ, ଶ୍ରୀ ସୁବାସ ଚନ୍ଦ୍ର ରାୟ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ଅତିରିକ୍ତ ଜିଲ୍ଳାପାଳ ଡକ୍ଟର ଦିବ୍ୟଲୋଚନ ମହନ୍ତ ଓ ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଜ୍ୟୋତି ଶଙ୍କର ରାୟ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଆଜିର ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୫୩ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୪୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୬ଗୋଟି ସାମୁହିକ ଅଭିଯୋଗ ରହିଛି । ଅଭିଯୋଗ ଶୁଣାଣି ଶିବିରରେ ୧୧ ଗୋଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି । ଶିବିରରେ ରେଡକ୍ରସ ପାଣ୍ଠିରୁ ସହାୟତା ନିମନ୍ତେ ୨ଟି ଅଭିଯୋଗ ଗ୍ରହଣ କରାଯାଇଛି । ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟମାନଙ୍କ ମଧ୍ୟରେ ଆଠଗଡ ବନଖଣ୍ଡ ଅଧିକାରୀ, ଜିଲ୍ଲା ବନଖଣ୍ଡ ଅଧିକାରୀ, ଜିଲ୍ଲା କୃଷି ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଅବକାରୀ ସୁପରିନଟେଣ୍ଡେନଟ, ଅଧିକ୍ଷଣ ଯନ୍ତ୍ରୀ, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ଜନମଙ୍ଗଳ ଅଧିକାରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ଅଭିଯୋଗ ଶୁଶାଣି ଶିବିରରେ ଯୋଗ ଦେଇଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *