ଅମାନିଆଙ୍କୁ ଧରିବ ସିସିଟିଭି

ଭୁବନେଶ୍ୱର : କୋଭିଡ୍ ନିମୟ ମାନୁନଥିବା ଅମାନିଆଙ୍କୁ ସାବାଡ଼ କରିବାକୁ ଗଠନ ହେଲା ସ୍ୱତନ୍ତ୍ର ଟିମ୍ । ପୋଲିସ ଆଖିରେ ଧୂଳି ଦେଇ ମାସ୍କ ପିନ୍ଧୁନଥିବା ତଥା ସାମାଜିକ ଦୂରତ୍ୱ ରକ୍ଷା କରୁନଥିବା ଲୋକେ ଆଉ ରକ୍ଷା ପାଇବେ ନାହିଁ । ସିସିଟିଭି ଆଧାରରେ ଅମାନିଆଙ୍କ ନିକଟରେ ପହଞ୍ଚିବା ସହ ତାଙ୍କ ଠାରୁ ଫାଇନ୍ କଟାଯିବ । ସଂକ୍ରମଣ ବଢ଼ୁଥିବା ବେଳେ ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ମିଳିବ ନାହିଁ । ତେବେ ନୂଆ ନିୟମ ଅନୁସାରେ ଫାଇନ୍ କଟାଯିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ।

ଗତକାଲି ଠାରୁ ମୁଖ୍ୟମନ୍ତ୍ରୀ ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଆରମ୍ଭ କରିଛନ୍ତି । ରାଜ୍ୟରେ ସଂକ୍ରମଣ ବଢ଼ୁଥିବା ବେଳେ ଅନେକ ଲୋକେ ଏବେ ବି ସଚେତନ ନହୋଇ ବିନା ମାସ୍କରେ ବୁଲୁଥିବାର ଦେଖିବାକୁ ମିଳୁଛି । ମହମାରୀକୁ ହରାଇବାକୁ ହେଲେ ମାସ୍କ ପିନ୍ଧିବା ପାଇଁ ସଂକଳ୍ପ ନେବା ଦରକାର। ମାସ୍କ ପିନ୍ଧିନଥିବା ଲୋକଙ୍କ ଠାରୁ ଜରିମାନା ଆଦାୟ ହେବ। ମାସ୍କ ନପିନ୍ଧିଲେ ଏବେ ୨ ଗୁଣା ଜରିମାନା ଆଦାୟ କରାଯିବ । ତେବେ  ବେକରେ ନ ଝୁଲାଇ ଠିକ୍ ଭାବେ ନାକକୁ ଘୋଡ଼ାଇ ମାସ୍କ ପିନ୍ଧିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଥିଲେ ।

ସୂଚନାଯୋଗ୍ୟ ଆଜି ରାଜ୍ୟରେ ୧୩୭୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୮୧୨ ଏବଂ ଲୋକାଲ କେସ ୫୬୩ । ଆଜି ସୁନ୍ଦରଗଡ ରେକର୍ଡ କରିଛି। ଏକ ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୫୫ ଜଣ ଆକ୍ରାନ୍ତ। ଗତକାଲି ମଧ୍ୟ ସବୁଠାରୁ ଅଧିକ ରୋଗୀ ଏହି ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Spread

Leave a Reply

Your email address will not be published. Required fields are marked *