ଭୁବନେଶ୍ୱରରୁ ଆଜି ୨୧୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର  : ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ପୁଣି ହ୍ରାସ ପାଇବାରେ ଲାଗିଛି । ଭୁବନେଶ୍ୱରରୁ ଆଜି ୨୧୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୭୨ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୧ ହଜାର ୧୧୯ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୯ ହଜାର ୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୨୪୧ ଜଣ ଚିକିତ୍ସିତ ହେଉଥିବା ବେଳେ ୪୬୫ ଜଣଙ୍କର ମୃତ୍ୟୁ ହୋଇଛି ।

Spread

Leave a Reply

Your email address will not be published. Required fields are marked *