ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,18th April (B New) :  ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ପ୍ରତାପ ଜେନା ଓ ସମୀର ରଞ୍ଜନ ଦାଶ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *