ଉନ୍ନୟନ କାର୍ଯ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ।
ଉନ୍ନୟନ କାର୍ଯ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ।
ଢେଙ୍କାନାଳ:24.07.23(BREAKING NEWS ODIA) ଆଜି ଅପରାହ୍ନରେ ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥିତ ଓସ୍ନାନ ହଲରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ମୋ ଓଡିଶା ନବୀନ ଓଡିଶା ଯୋଜନା ରେ ମନ୍ଦିର,ଧର୍ମାନୁଷ୍ଠାନ,ବିଦ୍ୟାଳୟ, ମିଶନ ଶକ୍ତି ଏବଂ ଅନ୍ୟାନ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ । ଏହା ସହିତ ମୋ ହସ୍ପିଟାଲରେ ମିଶନ ଶକ୍ତି ଜାଫେର ନିର୍ମାଣ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ । ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମ, ଯାଉଁଳି ମଠ, ବଳରାମ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ମଧ୍ୟ ସମୀକ୍ଷା କରିଥିଲେ।
୫ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟର ୩ୟ ଏବଂ ୪ର୍ଥ ପର୍ଯ୍ୟାୟ କାର୍ଯ୍ୟର ସମୀକ୍ଷ ସହିତ ବିଦ୍ୟାଳୟ ମାନଙ୍କରେ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ଏହାସହିତ ବର୍ଷାଦିନରେ ସର୍ପାଘାତର ଆଶଙ୍କା ଥିବାରୁ ଜିଲ୍ଲାର ସମସ୍ତ ଗୋଷ୍ଠୀ ସ୍ୱାସୁ କେନ୍ଦ୍ର ମାନଙ୍କରେ ଏହାର ପ୍ରତିଶେଧକ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ ଡା. ଅଶୋକ କୁମାର ଦାଶଙ୍କୁ କହିଥିଲେ ।
ଏହି ଭିସି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠି(ସାଧାରଣ),ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର (ରାଜସ୍ୱ), ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ ,ସଦର ଉପଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ରାଣୀ ଧଳଙ୍କ ସମେତ ଅନ୍ୟାନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।