ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

 

୧୦୦ କୋଟି ଟଙ୍କା ଖର୍ଚ୍ଚ, ୧୮ ମାସରେ ସଂପୂର୍ଣ୍ଣ

କଣ୍ଟିଲୋ ଜନସାଧାରଣଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

27.04.2022

କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଦର୍ଶନ ସହ ପରିକ୍ରମା, ଚନ୍ଦନ ପୁଷ୍କରିଣୀର ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ ସହିତ ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି । ମନ୍ଦିରକୁ ଯାଇଥିବା ପାହାଚ ଶ୍ରେଣୀର ପୁନରୁଦ୍ଧାର ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯିବ । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳର ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ । ଯାତ୍ରୀ ମାନଙ୍କ ଅପେକ୍ଷାଗୃହରେ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ବିକାଶ କରାଯିବ । ମନ୍ଦିରର ପଶ୍ଚିମ ଦ୍ବାର ବାଟେ Lift Lobby, Sky Bridge ଆଦିର ବ୍ୟବସ୍ଥା କରାଯିବ ବୋଲି ଉପସ୍ଥାପନାରୁ ଜଣାଯାଇଛି । ମନ୍ଦିରକୁ ପ୍ରବେଶ ପାଇଁଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ।

ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

୧୦୦ କୋଟି ଟଙ୍କା ଖର୍ଚ୍ଚହେବ , ୧୮ ମାସରେ ସଂପୂର୍ଣ୍ଣ

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *