ପିପିଲିରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ପିପିଲି,17th April:ମହାନ ଜନନାୟକ, ଜାତୀୟତାବାଦୀ ନେତା, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧୋତ୍ସବ ପିପିଲିରେ ପାଳିତ ହୋଇଯାଇଛି । ସ୍ଥାନୀୟ ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ରବିବାର ବିଧାୟକ ରୁଦ୍ରପ୍ରତାପ ମହାରଥୀଙ୍କ ସମେତ ଦଳୀୟ ନେତା ଓ କର୍ମୀମାନେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁବାବୁଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱତନ୍ତ୍ର ଓଡିଶା ଗଠନ ନିମନ୍ତେ କାର୍ଯ୍ୟ କରିବାକୁ ସମସ୍ତେ ସଂକଳ୍ପ ନେଇଥିଲେ। ଓଡିଶାର ସ୍ୱାର୍ଥ ଓ ସ୍ୱାଭିମାନର ସୁରକ୍ଷା ସହିତ ରାଜ୍ୟର ନ୍ୟାର୍ଯ୍ୟ ଦାବି ହାସଲ ପାଇଁ ନିର୍ଭିକତାର ସହିତ ନିରନ୍ତର ସଂଗ୍ରାମ ଜାରି ରଖିବା, ପ୍ରତ୍ୟେକ ସଦସ୍ୟଙ୍କ କଲ୍ୟାଣ ଓ ସଶକ୍ତିକରଣ ନିମନ୍ତେ ଉତ୍ସର୍ଗିକୃତ ସେବା ମନୋଭାବ ନେଇ ପ୍ରତ୍ୟେକ ସ୍ତରରେ କାର୍ଯ୍ୟକରିବା, ଓଡିଶାର ସର୍ବାଙ୍ଗୀନ ବିକାଶ, କୃଷିକ୍ଷେତ୍ରରେ ଅଭିବୃଦ୍ଧି, ଶିଳ୍ପ ସମୃଦ୍ଧି, ଯୁବଶକ୍ତିର ସଦୁପଯୋଗ, ମହିଳା ସଶକ୍ତିକରଣ, ସାମାଜିକ ଓ ଅର୍ଥନୈତିକ ପ୍ରଗତି ପାଇଁ ପ୍ରତିବଦ୍ଧତାର ସହ ନିରନ୍ତର ପ୍ରୟାସ ଜାରି ରଖିବା, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମସ୍ତ ଲୋକାଭିମୁଖି କାର୍ଯ୍ୟକ୍ରମକୁ ପ୍ରତ୍ୟେକ ଘରେ ପହଞ୍ଚାଇବା, ଦୁରଦ୍ରଷ୍ଟା ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନୂତନ ଓଡିଶା ଗଠନ ପାଇଁ ଏହି ଅବସରରେ ସମସ୍ତେ ସଂକଳ୍ପ ନେଇଥିଲେ। ଶେଷରେ ଡେଲାଙ୍ଗ ବ୍ଳକ ବିଜେଡି ସଭାପତି ବୈରାଗୀ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ପରେ ସେଠାରେ ନାମ ସଂକୀର୍ତ୍ତନ କରାଯାଇଥିବା ବେଳେ ସଂନ୍ଧ୍ୟାରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ସମୁହ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ଏହି ଅବସରରେ ରବିବାର ସକାଳେ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସାମୁହିକ ସଫେଇ କାର୍ଯ୍ୟ କରାଯିବା ସହ ସେଠାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *