ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ : ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବନି । ଏଭଳି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ସମ୍ପର୍କରେ ନୀତିଗତ ଭାବେ ନିଷ୍ପତ୍ତି ହୋଇନାହିଁ । କରୋନା ସଂକ୍ରମଣ ବଢୁଥିବା ଦେଖି ପୁନର୍ବିଚାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ତେବେ ରାଜ୍ୟରେ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଜାରି ଚାଲିଛି । ପିଲାମାନେ ଶ୍ରେଣୀଗୃହରେ ପାଠ ପଢୁଛନ୍ତି । ମହାରାଷ୍ଟ୍ର ଓ ଗୁଜୁରାଟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବା ସହ ପୁଣି ଥରେ ଲକ୍‌ଡାଉନ୍ ମଧ୍ୟ ଫେରିଛି । ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ବିଚାର ବିମର୍ଷ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଖୁବଶୀଘ୍ର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ପ୍ରସ୍ତୁତ କରାଯାଉଛି ବୋଲି ମଧ୍ୟ ମନ୍ତ୍ରୀ କହିଥିଲେ । ତେବେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ । ତେବେ କେତେ ତାରିଖରେ ସ୍କୁଲ ଖୋଲିବ ସେ ନେଇ କିଛି ଘୋଷଣା କରାଯାଇନଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *