ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ, ଘଟଣାସ୍ଥଳରେ ସିଆରପିଏଫ ଡିଆଇଜି

ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ, ଘଟଣାସ୍ଥଳରେ ସିଆରପିଏଫ ଡିଆଇଜି

ନୂଆଦିଲ୍ଲୀ ୧୦-୧୧-୨୦୨୫(ବି.ଏନ .ଓ ) :(ଶଶିଭୂଷଣ ଚଇନି ) ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି। ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହାର ସୁରାକ ମଧ୍ୟ ମିଳିନାହିଁ। ଦିଲ୍ଲୀ ଲାଲ୍‌ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ପାଖ ୧ ନମ୍ବର ଗେଟ୍‌ ନିକଟରେ ଏହି ବିସ୍ଫୋରଣ ଘଟିଥିବାବେଳେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ ଏନଆଇଏ ଏବଂ ଏନଏସଜି ତନାଘନା ଆରମ୍ଭ କରିଛନ୍ତି। ସିଆରପିଏଫ ଡିଆଇଜି କିଶୋର ପ୍ରସାଦ ଘଟରାସ୍ଥଳରେ ପହଞ୍ଚିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ କିଛି କହି ହେବ ନାହିଁ। ସ୍ଥିତିର ନିରୀକ୍ଷଣ କରାଯିବା ପରେ କିଛି କୁହାଯାଇପାରିବ। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଷ୍ଟେସନରେ ଲାଗିଥିବା କାଚ ଭାଙ୍ଗିଯାଇଥିଲା। ଘଟଣା ପରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *