ଢେଙ୍କାନାଳ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଦ୍ଵାରା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା।

ଢେଙ୍କାନାଳ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଦ୍ଵାରା ବିଭିନ୍ନ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା।

ଢେଙ୍କାନାଳ, ୧୧-୦୬-୨୦୨୫(ବି.ଏନ .ଓ ) 🙁 ସଞ୍ଜୟ କୁମାର ସାହୁ ) ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ତଥା ମାନ୍ୟବର ମନ୍ତ୍ରୀ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଦିନିକିଆ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦଭାବନା ସଭାଗୃହ ଠାରେ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ,ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଗରିବ କଲ୍ୟାଣ ଯୋଜନା ଓ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଥିଲେ।ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ମାନ୍ୟବର ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।
ସମୀକ୍ଷା ବୈଠକ ଆରମ୍ଭରେ ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟ ସ୍ୱାଗତ ଭାଷଣ ଦେବା ସହ ପ୍ରାକ ସୂଚନା ପ୍ରଦାନ କରିଥିଲେ ଓ ଏହାପରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ନିଜ ନିଜ ବିଭାଗର କାର୍ଯ୍ୟକାରିତା ସମ୍ପର୍କରେ ମାନ୍ୟବର ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ l ଏହି ବୈଠକରେ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ବିଧାୟକ ଶତ୍ରୁଘନ ଜେନା, ବିଧାୟକ ବିଭୂତି ଭୂଷଣ ପ୍ରଧାନ, ମାନ୍ୟବର ବିଧାୟିକା ସୀମାରାଣୀ ନାୟକ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ବିଦ୍ୟା ବିଭାର ର କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପ୍ରତିନିଧି କୋଦଣ୍ଡ ଧର ସାହୁ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଭିନଵ ସୋନକର, ବନଖଣ୍ଡ ଅଧିକ।ରୀ ସୁମିତ କର, ସମସ୍ତ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀଗଣ ଯୋଗଦେଇଥିଲେ ।
Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *