ମୁଖ୍ୟମନ୍ତ୍ରୀ ଙ୍କ ସଚିବଙ୍କ ଝଙ୍କଡ଼ ଗସ୍ତ

ମୁଖ୍ୟମନ୍ତ୍ରୀ ଙ୍କ ସଚିବଙ୍କ ଝଙ୍କଡ଼ ଗସ୍ତ

ମା ସାରଳା ଙ୍କ ପୀଠ ର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହେବ

ଭୁବନେଶ୍ୱର, ତା 26/4/22ରିଖ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T ) ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷ ରେ ଜଗତସିଂହପୁର ର ଝଙ୍କଡ଼ ପୀଠ କୁ ଯାଇ ମା ସାରଳା ଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠ ର ବିକାଶ ସମ୍ପର୍କରେ ସେବାୟତ , ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ . ଝଙ୍କଡ଼ ଓଡ଼ିଶାର ଏକ ପ୍ରସିଦ୍ଧ ଶକ୍ତି ପୀଠ . ମା ସାରଳା ଙ୍କ ଆଶୀର୍ବାଦରୁ ଏହି ପୀଠରୁ ଆଦିକବି ସାରଳା ଦାସ ସାରଳା ମହାଭାରତ ରଚନା କରିଥିଲେ . ପ୍ରତିଦିନ ଏହି ପୀଠ କୁ ମା ଙ୍କ ଦର୍ଶନ ପାଇଁ ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସିଥାନ୍ତି. ତେଣୁ ଭକ୍ତ ମାନଙ୍କ ସୁବିଧା ପାଇଁ ପୀଠ ର ବିକାଶ ଜରୁରୀ ହୋଇ ପଡିଛି . ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ଶ୍ରୀ ପାଣ୍ଡିଆନ ପୀଠ ର ବିକାଶ ସମ୍ପର୍କ ରେ ସେବାୟତ, ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରିଥିଲେ . ପୀଠ ର ଆବଶ୍ୟକତା କୁ ଭିତ୍ତି କରି ବିକାଶ ପାଇଁ ତୁରନ୍ତ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନ କୁ ନିର୍ଦେଶ ଦେଇ ଥିଲେ. ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ ପରେ 5Tmodel ରେ ଏହା କାର୍ଯ୍ୟକାରୀ କରାଯିବ .
ଏହି ପରିଦର୍ଶନ ସମୟରେ ଜଗତସିଂହପୁର ଜିଲ୍ଲାପାଳ ସୁଶ୍ରୀ ପାରୁଲ ପାଟୱାରୀ ଓ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *