୮ ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ ଓ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୮ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ୟ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ ମାଲକାନଗିରିରେ ଲିକୁଇଡ୍‌ ମେଡିକାଲ୍‌ ଅକ୍ସିଜେନ୍‌ ଓ ପିଏସଏ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି । ଏହାସହ ବ୍ରହ୍ମପୁର ସିଟି ହସ୍‌ପିଟାଲରେ ୧୨ ଶଯ୍ୟା ବିଶିଷ୍ଟ ନବଜାତ ଶିଶୁ ଚିକିତ୍ସା କେନ୍ଦ୍ର, ଭଂଜନଗରରେ ଡାୟାଲିସିସ୍‌ ୟୁନିଟ, କୁକୁଡାଖଣ୍ଡି ବ୍ଲକ୍‌ରେ ନୂତନ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଏବଂ ଦିଗପହଣ୍ଡି ବ୍ଲକ୍‌ରେ ନୂତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି। କରୋନା ଦ୍ବିତୀୟ ଲହର ସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ କେତେକ ଉପକୂଳବର୍ତ୍ତୀ ଜିଲ୍ଲାର ପରିସ୍ଥିତିରେ ସ୍ଥିରତା ରହୁନାହିଁ । ସେହିପରି ତୃତୀୟ ଲହର ନେଇ ବିଶେଷଜ୍ଞମାନେ ଭିନ୍ନ ଭିନ୍ନ ମତ ରଖୁଛନ୍ତି ।

ତାସହ କିଛି ରାଜ୍ୟରେ ଡେଲ୍‌ଟା ପ୍ଲସ୍‌ ଭ୍ୟାରିଆଣ୍ଟ ମଧ୍ୟ ଦେଖା ଦେଲାଣି। ତେଣୁ ପ୍ରସ୍ତୁତିରେ ସାମାନ୍ୟତମ ଅବହେଳା ନକରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ପ୍ରସ୍ତୁତି, ସତର୍କତା ଓ ସହଯୋଗ ଆମର ମୂଳ ମନ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସରକାରଙ୍କ ପ୍ରସ୍ତୁତି, ଜନସାଧାରଣଙ୍କ ସତର୍କତା ଓ ସହଯୋଗ ଜରିଆରେ ଏ ଲଢେଇ ଜିତିହେବ। ଏବେ ସୁଦ୍ଧା ୧ କୋଟିରୁ ଅଧିକ ଡୋଜ୍‌ ଟିକା ଦିଆସରିଛି। ରାଜ୍ୟ ସରକାର ନିକଟରେ ଗରିବ ଓ ଚାଷୀଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । ପୂର୍ବରୁ ୧୫ଟି ଜିଲ୍ଲାରେ LMO ଓ PSA plant ପାଇଁ କାମ ଆରମ୍ଭ ହୋଇଥିବା ବେଳେ, ଆଜି ଆଉ ୮ଟି ଜିଲ୍ଲାରେ ଅକ୍‌ସିଜେନ ପ୍ଲାଣ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *