ରାଜ୍ୟରୁ ଆଉ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପୂର୍ବରୁ ୨ ଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ନାବାଳିକା ଭଉଣୀ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସପରିବାର ନାଇଜେରିଆରୁ ଫେରିଥିଲେ । ପରିବାର ଅନ୍ୟ ସଦସ୍ୟଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । ଦୁଇ ନାବାଳିକା ଭଉଣୀ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି ।

ଜଣଙ୍କ ବୟସ ୧୫ ଓ ଅନ୍ୟ ଜଣଙ୍କର ବୟସ ୧୧ ବର୍ଷ । ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଜିନୋମ ସିକ୍ୱେନ୍ସିଂରୁ ୨ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୧୩ ତାରିଖରେ ନାଇଜେରିଆରୁ ସପରିବାର ଫେରିଥିଲେ । ପୂର୍ବରୁ ୨ଜଣ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *