ରାଜ୍ୟରେ ସୁଧୁରୁଛି କରୋନା ପରିସ୍ଥିତି, ହେଲେ ଚିନ୍ତା ବଢ଼ାଉଛି ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ତଳମୁହାଁ ହୋଇଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୯୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ରହିଛି ୮୮୭। କିନ୍ତୁ ଚିନ୍ତା ବଢ଼ାଉଛି ଖୋର୍ଦ୍ଧାରେ ସଂକ୍ରଣ। ହଠାତ ବଢ଼ୁଛି ହଠାତ କମୁଛି ସଂକ୍ରମଣ। ଖୋର୍ଦ୍ଧାରୁ ସର୍ବାଧିକ ୫୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକରୁ ୨୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୧୧୩, ବରଗଡ଼ରୁ ୧୫, ଭଦ୍ରକରୁ ୧୭୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୩, ଦେବଗଡ଼ରୁ ୪, ଢ଼େଙ୍କାନାଳରୁ ୪୧, ଗଜପତିରୁ ୧୯, ଗଞ୍ଜାମରୁ ୧୪, ଜଗତସିଂହପୁରରୁ ୧୦୮, ଯାଜପୁରରୁ ୧୩୨, ଝାରସୁଗୁଡ଼ାରୁ ୨, ଗଳାହାଣ୍ଡିରୁ ୧୦, ଗନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୯୪, କେନ୍ଦୁଝରରୁ ୨୪, କୋରାପୁଟ ୧୬, ମାଲକାନାଗିରିରୁ ୧୯, ମୟୂରଭଞ୍ଜ ୮୪, ନବରଙ୍ଗପୁର ୧୮, ନୟାଗଡ଼ ୬୦, ନୂଆପଡ଼ା ୫, ପୁରୀ ୧୦୬, ରାୟଗଡ଼ା ୧୪, ସମ୍ବଲପୁର ୩୬, ସୋନପୁର ୪, ସୁନ୍ଦରଗଡ଼ ୨୫, ଷ୍ଟେଟପୁଲରୁ ୧୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *