ଭୁବନେଶ୍ୱରରୁ ଆଜି ୨୮୧ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୨୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୭୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୯ ହଜାର ୪୬୬ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୭ ହଜାର ୬୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୩୧୭ ଜଣ ଚିକିତ୍ସିତ ହେଉଥିବା ବେଳେ ୪୪୦ ଜଣଙ୍କର ମୃତ୍ୟୁ ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *