କରୋନାରେ ଆଜି ଓଡ଼ିଶାର ୩୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଆଜି ରାଜ୍ୟରେ ୩୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୨୬୫୧କୁ ବୃଦ୍ଧି ପାଇଛି । ଆଜି ଅନୁଗୋଳ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ସୁନ୍ଦରଗଡ଼ରୁ ୪ ଜଣ, ବୌଦ୍ଧ, କଳାହାଣ୍ଡି, କେନ୍ଦୁଝର, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଗଜପତି, କୋରାପୁଟ, ରାୟଗଡ଼ାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *