ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୮୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୮୮ ହଜାର ୩୫୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୯୫ ଲକ୍ଷ ୩୪ ହଜାର ୪୩୧କୁ ବୃଦ୍ଧି ପାଇଛି । ମୋଟ ୧୬ କୋଟି ୪୧ ଲକ୍ଷ ୬୨ ହଜାର ୩୦୦ ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୧୪ ଲକ୍ଷ ୧ ହଜାର ୧୩୮ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୨ ହଜାର ୬୩୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୨ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ୧୭ ହଜାର ୪୭୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *