ବଡ଼ଖବର : ରାଜ୍ୟରେ ଆଜି ୪୦ ଜୀବନ ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୪ ଜଣ, ବୌଦ୍ଧ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଦେବଗଡ଼, ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ରାଜ୍ୟରୁ ୮୩୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩୬୫୮ଜଣ ଚିହ୍ନଟ ହୋଇଛନ୍ତି । ଏହାଦ୍ୱାରା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୯୨ ହଜାର ୨୭ ରହିଥିବା ବେଳେ ୮୭ ହଜାର ୨୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *