ଓଡ଼ିଶାରୁ ୪୧ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୪ ଜଣ, ପୁରୀ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ସମ୍ବଲପୁର, ସୁବର୍ଣ୍ଣପୁର ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *