ରାଜ୍ୟରେ କରୋନାରେ ଆଉ ୪୩ ଆକ୍ରାନ୍ତ ମୃତ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ହାର୍ ଖସିଥିବା ବେଳେ ମୃତ୍ୟୁସଂଖ୍ୟା କମୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୩ ହଜାର ୯୩୦କୁ ବୃଦ୍ଧି ପାଇଛି । ଗତ ୨୬ ତାରିଖରେ ସର୍ବାଧିକ ୪୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ବାଲେଶ୍ୱରରୁ ଜଣେ କୋଭିଡ୍ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ବରଗଡ଼ରୁ ୫ ଜଣ, ଭଦ୍ରକରୁ ୩ ଜଣ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୫ ଜଣ, ପୁରୀରୁ ୫ ଜଣ, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *