ଥମୁନି କରୋନା ମୃତ୍ୟୁ: ଆଜି ଓଡ଼ିଶାରୁ ୪୫ ଆକ୍ରାନ୍ତ ହରାଇଲେ ପ୍ରାଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସିନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ମୃତ୍ୟୁସଂଖ୍ୟାରେ ରୋକ୍ ଲାଗିପାରୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୟାଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ସମ୍ବଲପୁର ଓ କଟକଣୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *