ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ: ୫୦ଟି ସରକାରୀ ହାଇସ୍କୁଲର ହେବ ରୂପାନ୍ତରଣ କାର୍ଯ୍ୟ

ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର. ଭିଲିନ୍‌କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି । ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ୟ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ୟ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ । କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ଆଇସିୟୁ ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ ଏନଟିପିସି କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଏତଦ୍‌ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *