ରାଜ୍ୟରେ ୬୫ ଆକ୍ରାନ୍ତଙ୍କ ଜୀବନ ନେଲା ଘାତକ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୭୦୩କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୭, ସୁନ୍ଦରଗଡ଼ରୁ ୬, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ଗଞ୍ଜାମ, ଯାଜପୁର, ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି ଓ କେନ୍ଦୁଝରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *