ରାଜ୍ୟରେ ଆଜି ପୁଣି ରାଜ୍ୟରୁ ୬୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତକାଲି ଅପେକ୍ଷା ଆଜି ଦୈନିକ କୋଭିଡ୍ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୩୦୨ କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୧, ଗଞ୍ଜାମରୁ ୧୦, ବାଲେଶ୍ୱରରୁ ୬, ଅନୁଗୁଳରୁ ୪, କେନ୍ଦୁଝରରୁ ୩, ବଲାଙ୍ଗିର, ମୟୂରଭଞ୍ଜ, ପୁରୀରୁ ୨ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର, କନ୍ଧକାଳ ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *