ଦୁର୍ନୀତି ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତି ବିରୋଧରେ ରାଜ୍ୟ ସରକାର ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥାନ୍ତି। ଏଭଳି ସ୍ଥଳେ ଆଉ ୮ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହି ସରକାରୀ ଅଧିକାରୀଙ୍କୁ ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଯାଇଛି । ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟ୍ରାର ରାମଚନ୍ଦ୍ର ଜେନା, ଜଗତସିଂହପୁରର ପୂର୍ବତନ ଡେପୁଟି କଲେକ୍ଟର ଗୌରାଙ୍ଗ ଚରଣ ମହାନ୍ତି, ସୁନ୍ଦରଗଡ଼ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡ଼ର ଅମ୍ବାଭୋନାରେ ବିଡିଓ ଥିବା ଆଲଫୋନ୍‌ସ ବିଲୁଙ୍ଗ, କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିନଟେଣ୍ଡିଂ ଇଞ୍ଜିନିୟର ବିଧାନ ଚନ୍ଦ୍ର ସାହୁ, କଳାହାଣ୍ଡି ଲାଞ୍ଜିଗଡ଼ ବ୍ଲକ୍ ସିଡିପିଓ ମୀନା ପାତ୍ର, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ର ସିଡିପିଓ ପୁଷ୍ପାଞ୍ଚଳି ରଥ, ଦେବଗଡ଼ର ପୂର୍ବତନ ଡେପୁଟି ଅବକାରୀ ସୁପରିନଟେଣ୍ଡେଣ୍ଟ ଅଜିତ କୁମାର ମହାପାତ୍ର ଓ ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ୍ କ୍ୟାସିଅର ପ୍ରଭାକର ପ୍ରଧାନଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି ।

ଏହ ୮ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୩୦ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଦେଇ ଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ୨୦୧୯ରୁ ସରକାରଙ୍କ ଏହି ଦୁର୍ନୀତି ବିରୋଧୀ ଅଭିଯାନ ଆରମ୍ଭ ହୋଇଥିଲା। ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଏପରି ଅଭିଯାନ ସାରା ଦେଶରେ ପ୍ରଥମ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *