ଓଡ଼ିଶାରେ ଆହୁରି କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ରୋକିବାକୁ ଏଭଳି ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି । ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ନାଇଟ୍ କର୍ଫ୍ୟୁ କଡ଼ାକଡ଼ି କରାଯାଇଛି । ସୀମାବର୍ତ୍ତୀ ଜିଲ୍ଲାର ଯେଉଁ ଲୋକ ପଡୋଶୀ ଛତିଶଗଡ଼ରୁ ଆସୁଛନ୍ତି, ସେମାନଙ୍କୁ ଅନୁଧ୍ୟାନ କରାଯାଉଛି । ଏହାସହ ଜିଲ୍ଲାପାଳ ଓ ପୋଲିସକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିଥିଲେ । ଆଜି ଉନ୍ନୟନ କମିଶନର ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଯାଇଛନ୍ତି । ରାଜ୍ୟରେ କରୋନା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ତୀକ୍ଷ୍ଣ ନଜର ରଖିଛନ୍ତି । ସୀମାବର୍ତ୍ତି ଅଞ୍ଚଳରେ ନାଇଟ୍ କର୍ଫ୍ୟୁକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।କରୋନା ମୁକାବିଲା ପାଇଁ ଔଷଧ, ବେଡ୍‌, ଅକ୍ସିଜେନ ସବୁ ମହଜୁଦ ରଖାଯାଇଛି । ଯଦି ସଚେତନ ନ ହେବା, ତା’ହେଲେ ସ୍ଥିତି ଭୟଙ୍କର ହେବ ।

ସେହିପରି ରାଜ୍ୟରେ ଟିକାର ଅଭାବ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଏବେ ଯେତିକି କୋଭିସିଲଡ୍ ଟିକା ଅଛି, ତାହା ୨ରୁ ୩ ଦିନ ଯିବ । ଅଧିକ ଟିକା ଯୋଗାଇ ଦେବା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଛି । ନାଇଟ୍ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଲବ୍ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ୍ କର୍ଫ୍ୟୁର ଆବଶ୍ୟକତା ରହିଛି ବୋଲି ଡିଏମ୍‌ଇଟି କହିଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ ସୋମବାରଠୁ ଓଡ଼ିଶାର ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି । ପଶ୍ଚିମ ଓଡ଼ିଶାର ୭ଟି ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହୋଇଛି । ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *