କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏବଂ ଅଜିତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଗତ କିଛି ଦିନ ତଳେ ଅଜିତ ମଙ୍ଗରାଜ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହା ପରେ ସେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଅଜିିତଙ୍କ ବଡ଼ ଭାଇ ସହ ଫୋନ୍ ଯୋଗେ କଥା ହେବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *