ନବୀନଙ୍କ ପ୍ରସ୍ତାବକୁ ଗ୍ରହଣ କଲା କେନ୍ଦ୍ର; ମେ’ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା

ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ମେ ପହିଲାରୁ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଦିଆଯିବା କରୋନା ଟିକା । ତୃତୀୟ ପର୍ଯ୍ୟାୟ ଟିକାକରଣରେ ୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକା ଦିଆଯିବା ନେଇ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନେଇଛନ୍ତି ।

ଦେଶରେ କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସୋମବାର ଟିକାକରଣକୁ ନେଇ ଏହି ବଡ଼ ଘୋଷଣା କରିଛନ୍ତି । ଏହା ସହିତ ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକା ଦିଆଯିବ ବୋଲି ସରକାର ଘୋଷଣା କରିଛନ୍ତି । ଔଷଧ କମ୍ପାନୀ ଓ ବରିଷ୍ଠ ଡାକ୍ତରଙ୍କ ସହ ସୋମବାର ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ଏହି ନିଷ୍ପତି ନିଆଯାଇଛି ।

କରୋନା ଟିକାକରଣକୁ ଅଧିକ ଗତି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି ଦିନ ତଳେ କେନ୍ଦ୍ର ସରକାରଙ୍କୁ ଟିକା ଖୋଲା ବଜାରରେ ଉପଲବ୍ଧ କରାଇବା ନେଇ ପ୍ରସ୍ତାବ ଦେଇଥିଲେ । ଯାହାକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ନବୀନଙ୍କ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି କେନ୍ଦ୍ର ସରକାର । ଟିକା ଉତ୍ପାଦନକାରୀ ୫୦ ପ୍ରତିଶତ ଟିକା କେନ୍ଦ୍ରକୁ ଦେବେ ଓ ବାକି ଟିକା ରାଜ୍ୟ ସରକାରଙ୍କୁ ଓ ଖୋଲା ବଜାରରେ ବିକ୍ରି ପାଇଁ ଉପଲବ୍ଧ ।

 

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *