ସପ୍ତାହାନ୍ତ ସଟ୍‌ଡାଉନ୍‌ରେ ପ୍ରାତଃଭ୍ରମଣ ପାଇଁ ୫ରୁ ୬ଟା କୋହଳ

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍ ଆରମ୍ଭ ହେଉଛି । ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ବେଳେ ଏଥିରେ ସାମାନ୍ୟ କୋହଳ କରାଯାଇଛି । ଆଜି ରାତି ୯ଟା ରୁ ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଦୋକାନ ବଜାର, ଗାଡ଼ିମଟର ସବୁ ବନ୍ଦ । ଏହାବାଦ ଶନିବାର ଓ ରବିବାର ସକାଳ ୫ଟାରୁ ୬ଟା ଗୋଟିଏ ଘଣ୍ଟା ଜଗିଙ୍ଗ,ମର୍ଣ୍ଣିୱାର୍କ ବା ସାଇକେଲିଂ ପାଇଁ କୋହଳ କରାଯାଇଛି ବୋଲି ଏସ୍‌ଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ସ୍ୱତନ୍ତ୍ର ରିଲିଫ୍ କମିସନର କହିଛନ୍ତି ଯେ ଶୁକ୍ରବାରରୁ ଆରମ୍ଭ ହେବାକୁ ଥିବା ନାଇଟକର୍ଫ୍ୟୁ ଶନିବାର ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଶନିବାର ସକାଳ ଠାରୁ ଆରମ୍ଭ ହେବ ସପ୍ତାହାନ୍ତ ସଟଡାଉନ । ଆଉ ଏହା ସୋମବାର ସକାଳ ୫ଟା ପର୍ଯ୍ୟନ୍ତ ଜାରି ରହିବ । ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ଛାଡ଼ିଦେଲେ ସମସ୍ତ ପ୍ରକାର ସେବା ବନ୍ଦ ରହିବ । କ୍ଷୀର, ପେଟ୍ରୋଲ ପମ୍ପ , ଡାକ୍ତରକଖାନା ଓ ମେଡିସିନ୍ ଦୋକାନ, ମେଡିକାଲ, କ୍ଲିନିକ୍ ଓ ନର୍ସିଂହୋମ୍ ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ । ଜିଲ୍ଲା, ମହାନଗର ନିଗମ, ପୁଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ । ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ, ଟେଲିକମ୍ ସର୍ଭିସ୍‌, ପେଟ୍ରୋଲ ପମ୍ପ୍‌, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।

ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ । ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ରହିଛି । ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ମିଳିବ । ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ । ଶିଳ୍ପ ଉଦ୍ୟୋଗ ଓ ନିର୍ମାଣ କାର୍ଯ୍ୟ ଚାଲୁ ରହିବ । କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ । ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ । ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ । ଆରବିଆଇ ଓ ଅନ୍ୟ ଆର୍ôଥକ ସଂସ୍ଥା କାର୍ଯ୍ୟ ଜାରି ରହିବ । ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ । ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ବୋଲି ଶ୍ରୀ ଜେନା ସୂଚନା ଦେଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *