ଭୁବନେଶ୍ୱରରେ ଲାଗିପାରେ କଡା କଟକଣା !

ଭୁବନେଶ୍ୱର : ଭୁବନେଶ୍ୱରରେ ଲଗାତାର ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତକାଲି ରାଜଧାନୀ ଭୁବନେଶ୍ୱରରୁ ହଜାରେରୁ ଅଧିକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୮୫୧ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୬ ଜଣ ଚିହ୍ନଟ ହୋଇଥିବା ବେଳେ ୭୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୪୨୯ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ତେବେ ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୨୯୬ରେ ପହଞ୍ଚିଥିବା ବେଳେ ୩୬ ହଜାର୧୦୩ ଜଣ ସୁସ୍ଥ ହୋଇଛନ୍ତି। ୬ ହଜାର ୯୧୩ ଜଣ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି। ୨୫୯ ଜଣଙ୍କ ମୃତ୍ୟୁ ଘଟିଛି । ଆଜି ପଟିଆରୁ ୬୧, ନୟାପଲ୍ଲୀରୁ ୫୮, ଖଣ୍ଡଗିରିରୁ ୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *