୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା, ୨୩ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଆଗୁଆ ଆସିବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦକ୍ଷିଣପଶ୍ଚିମ ମୌସୁମୀ ଆସିପାରେ । ଅନ୍ୟପଟେ ଉତ୍ତର ଆଣ୍ଡାମାନ ସାଗର ଓ ତତସଂଲଗ୍ନ ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି  । ଏହା ପରବର୍ତ୍ତୀ ୭୨ ଘଣ୍ଟାରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୨୫ ତାରିଖ ସନ୍ଧ୍ୟାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ ତାରିଖରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିପାରେ । ୨୪ରୁ ୨୬ ତାରିଖ ଯାଏଁ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ରହିବ । ଆଣ୍ଡାମାନ ସାଗର ଓ ତତସଂଲଗ୍ନ ବଙ୍ଗୋପସାଗର ୨୩ ତାରିଖରୁ ଅଶାନ୍ତ ରହିବ । ଫଳରେ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରକୁ ଯାଇଛନ୍ତି ୨୩ ତାରିଖ ସୁଦ୍ଧା ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବାତ୍ୟା ସୁନ୍ଦରବନରେ ଲ୍ୟାଣ୍ଡଫଲ୍ କରିବା ନେଇ ଅନୁମାନ କରାଯାଉଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *