ଫେସ୍‌ବୁକ୍‌ରେ ଭାଇରାଲ୍ ହେଉଛି ରତ୍ନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହର ଫଟୋ ଭାଇରାଲ । ଫେସବୁକରେ ଭାଇରାଲ ହେଉଛି ରତ୍ନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ । କୋଲକାତାର ଅରଜିତ ଚନ୍ଦ୍ରା ନାମକ ଜଣେ ବ୍ୟକ୍ତି ନିଜ ଫେସବୁକ ଆକାଉଣ୍ଟରେ ଶ୍ରୀଜିଉଙ୍କ ରତ୍ନ ସିଂହାସନର ଫଟୋ ପୋଷ୍ଟ କରିଛନ୍ତି | ଗତ ନୃସିଂହ ଚତୁର୍ଦ୍ଦଶୀରେ ଏହି ଫଟୋ ଅପଲୋଡ଼ ହୋଇଥିବା ଜଣାପଡିଛି | ଯାହା ଏବେ ମୋବାଇଲରୁ ମୋବାଇଲକୁ ଘୁରି ବୁଲୁଚି | ଏ ଘଟଣା ନଜରକୁ ଆସିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି | ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ଆକ୍ରମଣର ଭୟ ରହିଥିବା ଯୋଗୁଁ ବାରମ୍ବାର ଶ୍ରୀମନ୍ଦିର ସୁରକ୍ଷା ନେଇ ଚିନ୍ତା ପ୍ରକଟ କରାଯାଉଛି । କିନ୍ତୁ ବାରମ୍ବାର ଏହିଭଳି ଘଟଣା ଶ୍ରୀମନ୍ଦିର ଭିତର ଫଟୋ ଭାଇରଲ ହେବା କଥା ଏବେ ବଡ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି  । ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏବେ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ମନା । ଗତ ନୃସିଂହ ଚତୁର୍ଦ୍ଦଶୀ ବେଳକୁ ରାଜ୍ୟରେ ଲକଡାଉନ ଜାରି ରହିଛି । ଏଭଳି ପରିସ୍ଥିତିରେ କିଭଳି ଶ୍ରୀମନ୍ଦିର ଭିତରକୁ କିଏ ପ୍ରବେଶ କଲା ଏବଂ ଫଟୋ ଉଠାଗଲା ତାକୁ ନେଇ ବଡ଼ ପ୍ରଶ୍ନ ସୃଷ୍ଟି ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *