ଆଜି ଓଡ଼ିଶାରେ ପୁଣି ୩୯ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୮ ହଜାର ୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୨ ହଜାର ୬୭୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୧୩ ହଜାର ୦୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *