ଓଡ଼ିଶାରେ ନିମ୍ନମୁଖୀ ହେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୬୧୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୩୯ ହଜାର ୩୭୬ ରହିଥିବା ବେଳେ ୭୬ ହଜାର ୭୫୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୫୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *