ଅନାଥ ପିଲାଙ୍କ ପାଇଁ ହାତ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କୁ ରାଜ୍ୟ ସରକାରଙ୍କ Green Passage ଯୋଜନାରେ ସାମିଲ କରାଯିବ। ସେମାନଙ୍କ ବୈଷୟିକ ଶିକ୍ଷା ଯଥା ମେଡିକାଲ ଓ ଇଂଜିନିୟରିଂ ପାଠ ଖର୍ଚ୍ଚ ବି ରାଜ୍ୟ ସରକାର ବହନ କରିବେ । ଘରୋଇ ଶିକ୍ଷାନୁଷ୍ଠାନରେ ପଢୁଥିଲେ, ସମ୍ପୃକ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ଖର୍ଚ୍ଚ ଦିଆଯିବା ନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର  । ସୂଚନା ମୁତାବକ ବର୍ତ୍ତମାନ ଅନାଥ ଶିଶୁଙ୍କୁ 2000 ଟଙ୍କା ଷ୍ଟାଇପେଣ୍ଡ ମିଳୁଛି। କୋଭିଡରେ ଅନାଥ ହୋଇଥିବା ଶିଶୁଙ୍କ ପାଇଁ ମଧ୍ୟ ଏହି ଷ୍ଟାଇପେଣ୍ଡ ଯୋଜନା କରାଯାଉଥିବା ମହିଳା ଓ ଶିଶୁ ବିକାଶ ବିଭାଗ ଉପଦେଷ୍ଟା ସୁଲତା ଦେଓ କହିଛନ୍ତି । କୋଭିଡ ମହାମାରୀ ସମୟରେ ଅନକେ ପିଲା ଅନାଥ ହୋଇଛନ୍ତି ।

ପିତା ମାତା ଚାଲିଯିବା ଫଳରେ ସାମାନଙ୍କ ପାଠ ପଢିବା ସହ ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥାରେ ସମସ୍ୟା ପରିଲିଖିତ ହୋଇଛି  । ଏପରି ସମୟରେ ଓଡ଼ିଶା ସରକାର ଏହି ଅନାଥ ପିଲାଙ୍କ ପାଇଁ ସହୟତା ଦେବାକୁ ହାତ ବଢାଇଛନ୍ତି  । କୋଭିଡରେ ପିତା ମାତା ଚାଲିଯାଇଥିବା ପିଲାଙ୍କୁ ରାଜ୍ୟ ସରକାର ଏହି ସହୟତା ଅର୍ଥ ପ୍ରଦାନ କରିବେ   । ଏହା ସହିତ ପାଢ ପଢା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର  । ଏଥିପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରିଛନ୍ତି ସରକାର  । ଗ୍ରୀନ ପ୍ୟାସେଜ ଯୋଜନାରେ ଏହି ଅନାଥ ପିଲାଙ୍କୁ ଯୋଡ଼ିବେ ସରକାର  । ଯଦ୍ୱାରା ତାଙ୍କୁ ସମସ୍ତ ସୁବିଧା ଉପଲବ୍ଧ ହୋଇପାରିବ  ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *