୮ ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର: ରାଜ୍ୟରେ ଏଯାଏଁ ହେଲାଣି ସ୍ୱାଭାବିକଠାରୁ ୩୪ ପ୍ରତିଶତ ଅଧିକ ବର୍ଷା । ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ୯୫.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ଠାରୁ ୩୪ ପ୍ରତିଶତ ଅଧିକ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୧୧ ଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ୬୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ, ୫ଟି ଜିଲ୍ଲାରେ ୨୧ ପ୍ରତିଶତ ଅଧିକ ବର୍ଷା  ହୋଇଛି । ବାକି ୧୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି  । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣ ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି  । ବର୍ଷା ପାଇଁ ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି୮ ଜିଲ୍ଲାକୁ ୟଲୋ ୱାର୍ଣ୍ଣି ଜାରି। ସେହିପରି ଆଜି ୮ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *