କାଳିଆ ହିତାଧିକାରୀଙ୍କୁ ଅତିରିକ୍ତ ୧୦୦୦ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କାଳିଆ ଯୋଜନାର ହିତାଧିକାରୀ ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । ୧୭ ଲକ୍ଷ ୮୩ ହାଜ଼ର ଚାଷୀ ପରିବାରକୁ ୧ ହଜାର ଲେଖାଏଁ ମିଳିବ କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମନରେଗାରେ ଶ୍ରମିକଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା ଭାବରେ ଦିଆଯିବ । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ୫ କେଜି ଲେଖାଏଁ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଓଡିଶାର ଥିବା ୧୩ଟି ଆଦିମ ଜନଜାତିକୁ ପରିବାର ପିଛା ମିଳିବ ୫ ହଜାର ଟଙ୍କା । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ୟ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ । ରାଜ୍ୟରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୧୫୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏ ବାବଦରେ ୩୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ଯ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଘରେ ରହି ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଖାଦ୍ୟ ଖର୍ଚ୍ଚ ବାବଦକୁ ମାସିକ ୧୨୪୫ ଟଙ୍କା ମିଳିବ ଅପ୍ରେଲରୁ ଜୁନ୍‌ ୨୧ ପର୍ଯ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *