କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୮୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗୋଟିଏ ଦିନରେ ଆଉ ୨୮୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୫୯୭ଟି ମାମଲା ଆସିଥିବା ବେଳେ ୧୨୦୬ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । ଖୋର୍ଦ୍ଧାରୁ ସର୍ବାଧିକ ୪୭୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ଟି ପଜିଟିଭ୍ କେସ୍ ଆସିଛି । ଅନୁଗୁଳରୁ ୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୫, ବରଗଡ଼ରୁ ୧୭, ଭଦ୍ରକରୁ ୧୩୧, ବଲାଙ୍ଗିରରୁ ୩, ବୌଦ୍ଧରୁ ୨୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୬୭, ଗଜପତିରୁ ୧୦, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୧୧୭, ଯାଜପୁରରୁ ୧୫୩, ଝାରସୁଗୁଡ଼ାରୁ ୭,

କଳାହାଣ୍ଡିରୁ ୧୫, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୧୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୬୫, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୯୩, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୧୫, ନୂଆପଡ଼ାରୁ ୮, ପୁରୀରୁ ୧୫୪, ରାୟଗଡ଼ାରୁ ୫୪, ସମ୍ବଲପୁରରୁ ୩୨, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟପୁଲରୁ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯କୁ ବୃଦ୍ଧି ପାଇଛି । ୨୯ ହଜାର ୬୨୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୯୦ ହଜାର ୭୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *