ଭୁବନେଶ୍ୱରରୁ ଆଜି ୨୯୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ପୁଣି ହ୍ରାସ ପାଇବାରେ ଲାଗିଛି । ଭୁବନେଶ୍ୱରରୁ ଆଜି ୨୯୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୦୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୫୭ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୧ ହଜାର ୬୪୧ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୯ ହଜାର ୯୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୧୪୭ ଜଣ ଚିକିତ୍ସିତ ହେଉଥିବା ବେଳେ ୪୭୫ ଜଣଙ୍କର ମୃତ୍ୟୁ ହୋଇଛି ।
Update on newly detected #COVID19 cases in the last
24 hrs under the BMC area on 5th July (till 9am). pic.twitter.com/THRnUrAQnt— BMC (@bmcbbsr) July 5, 2021