ବଜ୍ରପାତରେ ଦୁଇ ମୃତ, ଜଣେ ଗୁରୁତର

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରପାତରେ ଦୁଇଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଆଜି ସନ୍ଧ୍ୟାରେ ଜିଲ୍ଲାର ବେତନଟୀ ଥାନା ପୁରୀଖୁଣ୍ଟା ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ସୁଲୋଚନା ମହାନ୍ତ, ତାଙ୍କ ବୟସ ୪୦ରୁ ଉର୍ଦ୍ଧ ହେବ । ସେ ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା । ସେହିପରି ବୈଶିଙ୍ଗା ଥାନା କଦଳୀଆ ଗାଁରେ ମଧ୍ୟ କିଛି ବ୍ୟକ୍ତି ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ସେଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ରମାକାନ୍ତ ବିନ୍ଧାଣୀ, ବୟସ ୩୬ରୁ ଉର୍ଦ୍ଧ ହେବ ବୋଲି ଜଣାପଡିଛି । ଉଭୟ ଘଟଣାରେ ୧୦୮ ଆମ୍ବୁଲାନ୍ସ ଯୋଗେ ବେତନଟୀ ଡାକ୍ତରଖାନାକୁ ୩ଜଣଙ୍କୁ ଅଣା ଯାଇଥିବାବେଳେ ସେଠାରେ ଡାକ୍ତର ୨ ଜଣଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି । ଆହତ ବ୍ୟକ୍ତିଙ୍କ ଚିକିତ୍ସା ଜାରି ରହିଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *