ଅନଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗର ନୂଆ ଯୋଜନା

ଭୁବନେଶ୍ବର : ଅନଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ନୂଆ ଯୋଜନା କରିଛି। ଇଣ୍ଟରନେଟ ନଥିବା ଉପାନ୍ତ ଅଞ୍ଚଳଗୁଡ଼ିକରେ ଶିକ୍ଷକତା ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ଘରକୁ ଘର ବୁଲି ପାଠ ପଢାଇବେ। ଇଣ୍ଟର୍ନସିପ୍ ପ୍ରୋଗ୍ରାମ ମାଧ୍ୟମରେ ସେମାନେ ପାଠ ପଢାଇବେ ବୋଲି ଗଣଶିକ୍ଷା ବିଭାଗ ନୂଆ ଯୋଜନା କରିଛନ୍ତି।ସିବିଟି ମାଧ୍ୟମରେ ୧୦ ହଜାର ଶିକ୍ଷକତା ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କୁ ଚୟନ କରାଯିବ। ଏମାନେ ୧୦୦୦୦ ଗାଁରେ ପାଠ ପଢାଇବେ । ଜଣେ ଲେଖାଏଁ ଛାତ୍ର ୧୦ ଜଣ ପିଲାଙ୍କୁ ପାଠ ପଢାଇବେ। ଟିଚର୍ ଏଡୁକେଟେର୍ ସେମାନଙ୍କୁ ଗାଇଡ୍ କରିବେ । ଆଉ ବାକି ପିଲାଙ୍କ ପାଇଁ କ’ଣ ବ୍ୟବସ୍ଥା କରାଯିବ ସେନେଇ ସମୀକ୍ଷା ଚାଲିଛି । ଏହା ବାଦ୍ ମଧୂ ଆପ୍, ୟୁଟ୍ୟବ୍, ରେଡିଓ ଦ୍ଵାରା ମଧ୍ୟ ପାଠ ପଢ଼ାଯାଉଛି  ବୋଲି  ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ଏହା ଛଡ଼ା ରାଜ୍ୟରେ ଖାଲି ଥିବା ହିନ୍ଦୀ ଏବଂ ସଂସ୍କୃତ ଶିକ୍ଷକ ପଦବୀ ପୂରଣ ହେବ । ୪୫୫୮ ପଦବୀ ପୂରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଏଥିପାଇଁ ଓଏସଏସଟିଇଟି ପରୀକ୍ଷା ହେବାକୁ ଯାଉଥିବା ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଯୁକ୍ତଦୁଇ ଫଳାଫଳ ଜୁଲାଇ ୩୧ ମଧ୍ୟରେ ପ୍ରକାଶ କରିବା ପାଇଁ ଆଶାବାଦୀ । ପରିଷଦ ମଧ୍ୟ ସେଥିପାଇଁ କାର୍ଯ୍ୟ କରୁଛି ବୋଲି ଗଣଶିକ୍ଷା ମନ୍ତ୍ରୀ ଏନେଇ ସୂଚନା ଦେଇଛନ୍ତି।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *