ଶ୍ରୀଜିଉଙ୍କ ପହଣ୍ଡି ଶେଷ; ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଶ୍ରୀକ୍ଷେତ୍ରରେ ରଥଯାତ୍ରା ଜାରି ରହିଛି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୁଢ଼ କରାଯାଇଛି । ଶ୍ରୀମନ୍ଦିର ସେବାୟତମାନେ ପ୍ରଥମେ ଶ୍ରୀସୁଦର୍ଶନଙ୍କୁ ରଥାରୁଢ଼ କରିଥିଲେ । ଏହା ପରେ ପ୍ରଭୁ ବଳଭଦ୍ରଙ୍କୁ ପହଣ୍ଡି ବିଜେ କରି ତାଳଧ୍ୱଜ ରଥକୁ ଅଣାଯାଇଥିଲା । ସେହିପରି ଦେବୀ ସୁଭଦ୍ରା ମଧ୍ୟ ବଡ଼ଭାଇଙ୍କ ପରି ପହଣ୍ଡିରେ ଆସି ଦର୍ପଦଳନରେ ବିରାଜମାନ କରିଥିଲେ । ଶେଷରେ କାଳିଆ ଠାକୁରଙ୍କୁ ସେବାୟତମାନେ ପହଣ୍ଡିରେ ଝୁଲାଇ ଝୁଲାଇ ନନ୍ଦିଘୋଷ ଉପରକୁ ଆଣିଥିଲେ ।ସୂଚନାଯୋଗ୍ୟ ରଥଯାତ୍ରା ଅବସରରେ ଆଜି ସକାଳୁ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଥିଲା ସକାଳ ସାଢ଼େ ୮ଟାରୁ ପହଣ୍ଡି ଆରମ୍ଭ କରାଯିବାର ଥିଲା । କିନ୍ତୁ ନୀତିଗୁଡ଼ିକ ଶୀଘ୍ର ଶେଷ ହୋଇଯାଇଥିବାରୁ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଯାଇଥିଲା । ସେହିପରି ପହଣ୍ଡି ପୂର୍ବାହ୍ନ ସାଢ଼େ ୧୧ଟାରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲେ ବି ନିର୍ଦ୍ଧାରିତ ସମୟର ଦେଢ଼ ଘଣ୍ଟା ପୂର୍ବରୁ ଶେଷ ହୋଇଛି । ରିପୋର୍ଟ ଲେଖାଯିବା ବେଳକୁ ରଥ ଉପରେ ଆୟୋଜନ ହେବାକୁ ଥିବା ନୀତିକୁ ଅପେକ୍ଷା କରାଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *