ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୬୧୫ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ସାତଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୬୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୩୭ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୪ ହଜାର ୧୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୧ ହଜାର ୦୪୯ ରହିଥିବା ବେଳେ ୧୭ ହଜାର ୨୬୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 229
8. Deogarh: 9
9. Dhenkanal: 30
10. Gajapati: 2
11. Ganjam: 7
12. Jagatsinghpur: 96
13. Jajpur: 70
14. Jharsuguda: 10
15. Kalahandi: 2
16. Kandhamal: 14
17. Kendrapada: 40
18. Keonjhar: 15
19. Khurda: 442
20. Koraput: 4
21. Malkangiri: 4
22. Mayurbhanj: 48— I & PR Department, Odisha (@IPR_Odisha) July 29, 2021