୮୦୦୦ ଯୁବକ ଯୁବତୀଙ୍କ ପାଇଁ ଆତ୍ମ ନିଯୁକ୍ତି ସୁଯୋଗ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ଆଜି ହେଉଛି ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ଦିବସ । ଆଜିର ଦିନକୁ ରାଜ୍ୟ, ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ OdishaOne Portal  ଲୋକାର୍ପିତ କରିଛନ୍ତି । ୫-ଟି ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୁଳମନ୍ତ୍ର । ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ । ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ? ଏହି ଲକ୍ଷ୍ୟ ନେଇ ଆମର “୫-ଟି nitiative ଓ ମୋ ସରକାର” କାର୍ଯ୍ୟକ୍ରମ ଆରମ୍ଭ ହୋଇଛ । ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ ତା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ।
Technologyର ଉପଯୋଗ ସମ୍ପର୍କରେ ବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ ଚାହୁଁଥିଲେ Technology ର ସୁବିଧା ଗାଁ ଗାଁ ରେ ପହଞ୍ଚୁ । ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ । ତାର ଜୀବନଧାରଣ ମାନରେ ଉନ୍ନତି ଆସୁ । ମୋ ସେବାକେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । ଏହି କେନ୍ଦ୍ର ଦ୍ୱାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ । ଏଥିପାଇଁ ସେମାନଙ୍କୁ ଆଉବାରମ୍ବାର ଅଫିସ ଯିବାର ଆବଶ୍ୟକତା ରହିବ ନାହିଁ ।
ମୁଖ୍ୟମନ୍ତ୍ରୀ କହିଥିଲେ ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ । ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ OdishaOne Portal ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଦୁଇ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ଅଗଷ୍ଟ ୨୦୧୯ଦିନ ୫-ଟି ଉପକ୍ରମର ଶୁଭାରମ୍ଭ ଉଦ୍‌ଘାଟନ ସମୟରେ ମୁଖ୍ୟମନ୍ତ୍ରୀ ସରକାରୀ ଅଫିସକୁ ବିଭିନ୍ନ ସେବା ପାଇବାପାଇଁ ଲୋକଙ୍କୁ ବାରମ୍ବାର ଯିବାରୁ ମୁକ୍ତିଦେବାରେ ୫-ଟି ଉପକ୍ରମ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଏହାକୁ ମୁଖ୍ୟମନ୍ତ୍ରୀଙ୍କର ଏକ ଐତିହାସିକ ପଦକ୍ଷେପ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାଦ୍ୱାରା ସମାଜର ସବୁ ବର୍ଗର ଲୋକ ଉପକାର ପାଇବେ ବୋଲି ମତ ଦେଇଥିଲେ । ମୋ ସେବାକେନ୍ଦ୍ରର ସୁବିଧା ନେଇଥିବା କୋଣାର୍କ, ହିଞ୍ଜିଳି, ଅତାବିରା, ନବରଙ୍ଗପୁର, ଭଦ୍ରକ ଓ ଗଜପତିର ହିତାଧିକାରୀମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ମତବିନିମୟ କରିଥିଲେ । ସେମାନେ ରାଜ୍ୟସରକାରଙ୍କ ଏହି କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିୟାନ୍ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *