ରାଜ୍ୟରେ ଆଜି ୧୦୪୧ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଦୀର୍ଘ ୪ ମାସ ପରେ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହଜାରେ ତଳକୁ ଖସିବା ପରେ ପରେ ଆଜି ପୁଣି ହଜାରେ ଟପିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୦୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୫ ଓ ସ୍ଥାନୀୟ ଅଞ୍ଚଳରୁ ୪୩୬ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 9th August
New Positive Cases: 1041
In quarantine: 605
Local contacts: 436(Details of local contacts will be shared by concerned Dist Administration)
District Wise Cases:
1. Angul: 57
2. Balasore: 23
3. Bargarh: 3
4. Bhadrak: 15
5. Balangir: 1— I & PR Department, Odisha (@IPR_Odisha) August 10, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୮ ହଜାର ୯୯୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୧ ହଜାର ୩୯୧ ରହିଥିବା ବେଳେ ୧୦ ହଜାର ୯୮୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।