ଲାଗିରହିଛି କରୋନା ଭୟ: ଆଜି ବି ନେଲା ୬୬ ଜୀବନ

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁକୁ ନେଇ ପ୍ରଶାସନ ଓ ଜନସାଧାରଣ ଆଶଙ୍କା ମଧ୍ୟରେ ରହିଛନ୍ତି । ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା ୬୦ ତଳକୁ ଖସିବାର ନାଁ ଧରୁନାହିଁ । ମୃତ୍ୟୁ କ୍ଷେତ୍ରରେ ରାଜ୍ୟକୁ କରୋନା କବଳିତ କରିସାରିଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୬ ହଜାର ୮୨୩ କୁ ବୃଦ୍ଧି ପାଇଛି ।

ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ନୟାଗଡ଼ରୁ ୧୨, କେନ୍ଦ୍ରାପଡ଼ାରୁ ୯, ଅନୁଗୁଳରୁ ୫, ନବରଙ୍ଗପୁରରୁ ୪, ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ଜପତସିଂହୁପର ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କୋରାପୁଟ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *