କଟକ ଏସ୍‌ସିବିରେ ପୂର୍ବ ଭାରତର ବଡ଼ ସରକାରୀ ଏକମୋ ୟୁନିଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକର ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସ୍ଥାପିତ ହୋଇଥିବା ୯ଟି ଏକ୍‌ମୋ ମେସିନକୁ ଜନସାଧାରଣଙ୍କ ପାଇଁ ଲୋକାର୍ପିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ସ୍ଥାପିତ ହୋଇଥିବା ଏକ୍‌ମୋ ମେସିନ ଗୁଡିକୁ ମଧ୍ୟ ବୁଲି ଦେଖିଥିଲେ। ସୂଚନାଯୋଗ୍ୟ ଯେ, ଏହା ସମଗ୍ର ପୂର୍ବ ଭାରତରେ ସବୁଠାରୁ ବଡ ଏକ୍‌ମୋ ୟୁନିଟ୍ ଏବଂ ଏକ୍‌ମୋ ଭଳି ବ୍ୟୟ ବହୁଳ ଚିକିତ୍ସା ବିନା ଖର୍ଚ୍ଚରେ ଯୋଗାଇବାରେ ସମଗ୍ର ଦେଶରେ  ସରକାର ସ୍ତରରେ  ପ୍ରଥମ ଓ ସର୍ବବୃହତ । ଏଥିପାଇଁ ଅଭିଞ ବିଶେଷଜ୍ଞ ମାନଙ୍କୁ ନିୟୋଜିତ କରାଯାଇଛି।କଟକରେ ଏହି ସୁବିଧା ପାଇଁ ରୋଗୀମାନଙ୍କୁ ଟଙ୍କାଟିଏ ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା ଦ୍ୱାରା ରୋଗୀ ଓ ସେମାନଙ୍କ ପରିବାର ଉନ୍ନତ ଚିକିତ୍ସା ଓ ଆର୍ଥିକ ଦୃଷ୍ଟିକୋଣରୁ ଆଶ୍ୱସ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଜୀବନ ରକ୍ଷାରେ ଏହି ସେବା ଗୁରୁତ୍ୱପୂର୍ଣ୍ଣ ଭୂମିକା  ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କରୋନାର ଦ୍ୱିତୀୟ ଲହରରେ ଫୁସଫୁସ ରୋଗରେ ଗୁରୁତର ଆକ୍ରାନ୍ତ ହୋଇଥିବା ରୋଗୀ ମାନଙ୍କ ପାଇଁ ଏକ୍‌ମୋ ମେସିନ୍‌ ଏକ ଜୀବନ  ରକ୍ଷାକାରୀ  ବ୍ୟବସ୍ଥା। ଓଡିଶାରେ ଏହି ସୁବିଧା ବିଶେଷ ନ ଥିବାରୁ, ଗୁରୁତର ରୋଗୀମାନଙ୍କୁ ଅନ୍ୟ ରାଜ୍ୟକୁ ଯିବାକୁ ପଡୁଥିଲା । ବର୍ତ୍ତମାନ ଏହି ସୁବିଧା କଟକରେ ସରକାରୀ ଭାବରେ ଉପଲବ୍‌ଧ ହେବାରୁ ଅନେକ ରୋଗୀ ଉପକୃତ ହୋଇପାରିବେ ।

ଦ୍ୱିତୀୟ ଲହରର ସ୍ମୃତିକୁ କଷ୍ଟଦାୟକ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନାର ଦ୍ୱିତୀୟ ଲହର ସାରା ଦେଶରେ ସାଂଘାତିକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଆଗୁଆ ଯୋଜନା ଓ ଉପଯୁକ୍ତ ପରିଚାଳନା ଯୋଗୁ ଓଡିଶାରେ ଆମେ ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିପାରିଛୁ । ବିଶେଷଜ୍ଞମାନେ ତୃତୀୟ ଲହରୀର ସମ୍ଭାବନା ଏବଂ ଏଥିରେ ପିଲାମାନେ ଅଧିକ ସଂକ୍ରମିତ ହେବାର ଆଶଙ୍କା ପ୍ରକାଶ କରୁଥିବାରୁ, ରାଜ୍ୟ ସରକାର ଜିଲ୍ଲାସ୍ତରରେ କୋଭିଡ ହସ୍‌ପିଟାଲ ଗୁଡିକରେ ଶିଶୁ ଚିକିତ୍ସା ଉପରେ ଗୁରୁତ୍ୱ ଦେଇ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରୁଛନ୍ତି। ଆମ ପିଲାମାନେ ଯେପରି କରୋନା ସଂକ୍ରମଣରୁ ସୁରକ୍ଷିତ ରହିବେ, ସେଥିପାଇଁ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍‌ଡାଉନର ନିୟମଗୁଡିକୁ କୋହଳ କରାଯାଇଥିଲେ ମଧ୍ୟ ସଂକ୍ରମଣର ଆଶଙ୍କା ରହିଛି । ତେଣୁ ଜନସାଧାରଣ ମାସ୍କ ପିନ୍ଧିବା ସହିତ, ହାତ ଧୋଇବା, ଭିଡ଼ରୁ ଦୂରରେ ରହିବା ଆଦି ସମସ୍ତ କୋଭିଡ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *