ରାଜ୍ୟରୁ ପୁଣି ବାହାରିଲେ ୬୩୮ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୧ ଜଣ ଚିହ୍ନଟ ହେବା ସହ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୯୨ ହଜାର ୪୭୩ ରହିଥିବା ବେଳେ ୭ ହଜାର ୨୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *