ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୯୬୯ କୁ ବୃଦ୍ଧି ପାଇଛି । ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳରୁ ୧୧, ଗଜତସିଂହପୁରରୁ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଯାଜପୁର, ଖୋର୍ଦ୍ଧା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *