ରାଜ୍ୟର ଏହି ହାଇସ୍କୁଲ ସପ୍ତାହେ ବନ୍ଦ, ୨୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : କରୋନା କାଳରେ ଶିଶୁ ପଜିଟିଭ୍ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ କାମାକ୍ଷାନଗର କାନପୁରା ପଞ୍ଚାୟତିରାଜ ହାଇସ୍କୁଲ ୭ ଦିନ ପାଇଁ ବନ୍ଦ ହୋଇଛି । ବିଦ୍ୟାଳୟର ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏପରି ନିଷ୍ପତ୍ତି ନିଆଯାଇଛି । ବିଦ୍ୟାଳୟରୁ ମୋଟ ୩୪୪ଟି ନମୁନା ସଂଗ୍ରହ କରାଯାଇଥିବା ବେଳେ ସେଥିରୁ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୦ ଜଣ ପଜିଟିଭଙ୍କ ମଧ୍ୟରେ ୧୪ ଜଣ ଛାତ୍ରଛାତ୍ରୀ ରହିଥିବା ବେଳେ ୬ ଜଣ ଶିକ୍ଷକ ଅଛନ୍ତି । ତେବେ ଆଜି ରାଜ୍ୟରୁ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ୬୩୮ ଜଣଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୭୨ ଓ ସ୍ଥାନୀୟ ଅଞ୍ଚଳରୁ ୨୬୬ ଜଣ ଚିହ୍ନଟ ହେବା ସହ ୯୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଅନ୍ୟପଟେ ଖୋର୍ଦ୍ଧା, ଅନୁଗୁଳ ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ପୁରୀରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮,୦୬୨ କୁ ବୃଦ୍ଧି ପାଇଛି ।

Spread

NewsOdia

BREAKING NEWS ODIA is Odisha's leading 24x7 news current web and YouTube channel . Development Journalism is our mission. Our vision is to promote people's voice and actions towards healthy society. We think for commonman, reporting for truth. Website =www.breakingnewsodia.com Contact number-6371307350 Email-breakingnewsodia91@gmail.com youtube.com/@breakingnewsodia5808

Leave a Reply

Your email address will not be published. Required fields are marked *